Image Courtesy of The Indian Express
ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୫୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୫,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୦୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୦୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୯,୭୪୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୫ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୬୪କୁ ବୃଦ୍ଧି ପାଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୫୨,୯୦୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୯୭୨କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୭,୦୭,୦୯୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୦୫,୯୮୩ଟି ନମୁନା।
Follow Us