ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇ ୪୦୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୦୪୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୦ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୦୪୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୬୮,୫୮୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୬୫୧ରେ ପହଞ୍ଚିଛି।
Image Courtesy of The Financial Expressଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୩୬୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୨୨,୭୫୭।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୧୧୭୭।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୩,୮୩,୭୨,୩୬୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/cvi-2.jpg)