ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ହ୍ରାସ ପାଇ ୪୦୦ ନିକଟବର୍ତ୍ତୀ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସାଢ଼େ ୬ ହଜାର ତଳକୁ ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୦୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୨ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ଏଥିରେ କେରଳ ପିଛିଲା ଭାବେ ୧୧ଜଣଙ୍କ ମୃତ୍ୟୁ ସାମିଲ କରିଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୦୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୯,୪୨୧ରେ ପହଞ୍ଚିଛି।

publive-image Image Courtesy of ABP

ଗତ ୨୪ ଘଣ୍ଟାରେ ହୋଇଥିବା ୧୧ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୮୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୨,୪୩୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬,୪୦୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୮୬,୩୮,୫୬୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୭୯,୯୬୯ଟି ନମୁନା।