୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧,୬୪୯ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୫୯୩

Advertisment
୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧,୬୪୯ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୫୯୩

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୧ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୧,୬୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୯୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୧୬,୧୩,୯୯୩ ଓ ମୃତ୍ୟୁସଂଖ୍ୟା ୪,୨୩,୮୧୦ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୨୯୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୭,୮୧,୨୬୩ରେ ପହଞ୍ଚିଛି।

publive-image Image Courtesy of Free Press Journal

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୫,୯୨୦।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୬,୧୫,୧୮,୪୭୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୩୦ ତାରିଖ ସୁଦ୍ଧା ସମୁଦାୟ ୪୬,୬୪,୨୭,୦୩୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୭୬,୩୧୫ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe