୨୪ ଘଣ୍ଟାରେ ଦେଶରେ ୪,୨୭୦ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୧୫ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୪,୨୭୦ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୧୫ଜଣ ମୃତ

Image Courtesy of The Times of India

ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇ ୪୦୦୦ ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୨୭୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୫ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୨୭୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୭୬,୮୧୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୬୯୨ରେ ପହଞ୍ଚିଛି।

publive-image Image Courtesy of The Hindu

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୬୧୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୨୮,୦୭୩।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୪୦୫୨।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୪,୦୯,୪୬,୧୫୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୨୬,୨୩,୪୮୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୧୩,୬୯୯ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe