ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୫,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୮,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୨୮୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୨୮୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୪୯,୬୭୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୧୪ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୫୪୭କୁ ବୃଦ୍ଧି ପାଇଛି।
Image Courtesy of India TV Newsଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୭୦,୮୭୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୧% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୨୪୬କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୧%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୬୬,୪୩୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୮୭,୦୩୮ଟି ନମୁନା।
Follow Us