୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩,୫୦୯ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୬୪୦

Advertisment
୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩,୫୦୯  ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୬୪୦

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୩ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୩,୫୦୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୪୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩୧,୫୨୮,୧୧୪ ଓ ମୃତ୍ୟୁସଂଖ୍ୟା ୪,୨୨,୬୬୨ରେ ପହଞ୍ଚିଛି।

publive-image Image Courtesy of India TV

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୮,୪୬୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୭,୦୧,୬୧୨ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୯୯,୪୩୬।

publive-image Image Courtesy of Times of India

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୫,୦୭,୦୬,୨୫୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୨୮ ତାରିଖ ସୁଦ୍ଧା ସମୁଦାୟ ୪୬,୨୬,୨୯,୭୭୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୨୮,୭୯୫ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe