ନୂଆଦିଲ୍ଲୀ: ବେଶ୍ କିଛି ଦିନ ଧରି ଦେଶରେ କରୋନାଭାଇରସ୍ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ପ୍ରାୟ ୫ ହଜାର ତଳକୁ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୩୬୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୬୬ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୬୭,୩୧୫ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/03/cvi-5-1024x569.jpg)
ଗତ ୨୪ ଘଣ୍ଟାରେ ହୋଇଥିବା ୬୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୫,୧୦୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯,୬୨୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୩,୯୮,୦୯୫।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫୪୧୧୮।
/sambad/media/post_attachments/wp-content/uploads/2022/03/cvii-5.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୮,୯୦,୬୧,୮୮୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୭,୩୪,୩୭,୧୭୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୧୨,୯୨୬ଟି ନମୁନା।