Image Courtesy of Daily Thanthi
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୪ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୭ ଶହରୁ ସାମାନ୍ୟ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୧୧୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୭୩୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୫,୦୨,୩୬୨ ଓ ମୃତ୍ୟୁସଂଖ୍ୟା ୪,୦୧,୦୫୦ରେ ପହଞ୍ଚିଛି।
Image Courtesy of The Times of Indiaସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୫୭,୪୭୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୬,୦୫,୭୭୯ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୯୫,୫୩୩।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୪,୪୬,୧୧,୨୯୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୨ ତାରିଖ ସୁଦ୍ଧା ସମୁଦାୟ ୪୧,୬୪,୧୬,୪୬୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୭୬,୦୩୬ଟି ନମୁନା।
Follow Us