ନୂଆଦିଲ୍ଲୀ: ଦୀର୍ଘ ୧୬୩ ଦିନ ବା ୫ ମାସ ୧୩ ପରେ ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୪,୪୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩,୦୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୪୩୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୪୩୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୩୩,୭୧୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୧୫ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୯୧୬କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଛତିଶଗଡ଼, ଦିଲ୍ଲୀ, ଗୁଜରାଟ, ହରିୟାଣା, କର୍ଣ୍ଣାଟକ, ଓଡ଼ିଶା ଏବଂ ପଞ୍ଜାବରୁ ଗୋଟିଏ ଲେଖାଏଁ ମୃତ୍ୟୁ ରିପୋର୍ଟ କରାଯାଇଥିବା ବେଳେ ମହାରାଷ୍ଟ୍ରରୁ ୪ଟି ମୃତ୍ୟୁ ରିପୋର୍ଟ କରାଯାଇଛି। ଏହାଛଡ଼ା, ପିଛିଲା ଭାବେ କେରଳ ମଧ୍ୟ ୪ଟି ମୃତ୍ୟୁ ସାମିଲ କରିଛି।
ଦେଶରେ ଦୈନିକ କୋଭିଡ୍-୧୯ ‘ପଜିଟିଭିଟି’ ହାର ୩.୩୮% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୨.୨୭% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।
Image Courtesy of India Todayଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୭୯,୭୧୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩,୦୯୧କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୫%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୧୬,୩୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୩୧,୦୮୬ଟି ନମୁନା।
Follow Us