୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪,୬୪୩ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୪୬୪

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୪ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ କମ୍ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୬୪୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୬୪ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୧୮,୫୬,୭୫୭ ଓ ମୃତ୍ୟୁସଂଖ୍ୟା ୪,୨୬,୭୫୪ରେ ପହଞ୍ଚିଛି।

Image Courtesy of Bloomberg

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୧,୦୯୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୧୦,୧୫,୮୪୪ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୧୪,୧୫୯।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୯,୫୩,୨୭,୫୯୫ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୫ ତାରିଖ ସୁଦ୍ଧା ସମୁଦାୟ ୪୭,୬୫,୩୩,୬୫୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୬,୪୦,୨୮୭ଟି ନମୁନା।

 

ସମ୍ବନ୍ଧିତ ଖବର