ନୂଆଦିଲ୍ଲୀ: ବେଶ୍ କିଛି ଦିନ ଧରି ଦେଶରେ କରୋନାଭାଇରସ୍ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ଅଧ ଲକ୍ଷରୁ ଯଥେଷ୍ଟ କମ୍ ରହୁଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୮୭୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୬୮୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ସଂକ୍ରମଣ ହାର ୧୧% କମ୍ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୬,୩୧,୪୨୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୬୮୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୦୮,୬୬୫ରେ ପହଞ୍ଚିଛି।
Image Courtesy of NDTVଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୧୭,୫୯୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୧୪,୬୮,୧୨୦।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୩୭,୦୪୫।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୨,୮୧,୪୯,୪୪୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୫,୦୭,୩୫,୮୫୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୪,୧୫,୨୭୯ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୩.୧୭%।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/02/cvii-10.jpg)