ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଆଉ କିଛି ବୃଦ୍ଧି ପାଇ ୪୫୦୦ ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୫୧୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୯ ମୃତ୍ୟୁ ରେକର୍ଡ କରାଯାଇଛି।

Advertisment

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୫୧୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୮୧,୩୩୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୭୦୧ରେ ପହଞ୍ଚିଛି।

publive-image Image Courtesy of Zee News

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୭୭୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୩୦,୮୫୨।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୫୭୮୨।

publive-image Image Courtesy of Prabhat Khabar

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୪,୧୨,୮୭,୦୦୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୨୯,୦୧,୫୪୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୭୮,୦୫୯ଟି ନମୁନା।