Image Courtesy of Mint
ନୂଆଦିଲ୍ଲୀ: ବେଶ୍ କିଛି ଦିନ ଧରି ଦେଶରେ କରୋନାଭାଇରସ୍ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ପ୍ରାୟ ୫ ହଜାର ତଳକୁ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୫୭୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୪୫ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୭୫,୮୮୩ରେ ପହଞ୍ଚିଛି।
Image Courtesy of India TV Newsଗତ ୨୪ ଘଣ୍ଟାରେ ହୋଇଥିବା ୧୪୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୫,୩୫୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭,୪୧୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୧୩,୫୬୬।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୬୯୬୨।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୯,୩୩,୯୯,୫୫୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୭,୫୨,୦୮,୪୭୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୮,୯୭,୯୦୪ଟି ନମୁନା।
Follow Us