ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫,୮୯୨ କରୋନା ଆକ୍ରାନ୍ତ ଚିହ୍ନଟ, ୮୧୭ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେ‌ଶରେ ୪୫,୮୯୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକ ମଧ୍ୟରେ ୮୧୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି।  ୨୪ ଘଣ୍ଟା ମଧ୍ୟରେ ଆରୋଗ୍ୟ ଲାଭ କରିଛନ୍ତି ୪୪ ହଜାର ୨୯୧ ଜଣ। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୭ ଲକ୍ଷ ୯ ହଜାର ୫୭୭ରେ ପହଞ୍ଚିଛି।

 

ଗତ ୧ ମାସ ହେବ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷରୁ କମ୍‌ ରହୁଛି। ସେହିପରି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା  ଲକ୍ଷ ତଳକୁ ଖସିଛି। ଏବେ ସୁଦ୍ଧ କରୋନାରେ ୪ ଲକ୍ଷ  ହଜାର ୨୮ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି।

 

ସମ୍ବନ୍ଧିତ ଖବର