ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୯ ଶହରୁ ସାମାନ୍ୟ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୬,୬୧୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୮୫୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୪,୫୮,୨୫୧ ଓ ମୃତ୍ୟୁସଂଖ୍ୟା ୪,୦୦,୩୧୨ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୫୯,୩୮୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୫,୪୮,୩୦୨ରେ ପହଞ୍ଚିଛି।
Image Courtesy of The Hinduଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୦,୩୧୨।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୪,୦୦,୭୬,୨୩୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୧ ତାରିଖ ସୁଦ୍ଧା ସମୁଦାୟ ୪୧,୪୨,୫୧,୫୨୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୮୦,୦୨୬ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/07/Corona-in-India-on-2nd-July_Thumbnail.jpg)