୫ ହଜାର ତଳେ ଦେଶର ଦୈନିକ କୋଭିଡ୍-୧୯ ସଂକ୍ରମଣ, ପୁଣି ବୃଦ୍ଧି ପାଉଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୫ ହଜାର ତଳେ ରହିଛି। କିନ୍ତୁ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୮ ହଜାର ଟପିଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୮୫୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୫ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୮୫୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୩୯,୦୪୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୩୫୫ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୮ଜଣଙ୍କ ମୃତ୍ୟୁ ସାମିଲ କରିଛି।

Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୯,୬୨,୬୬୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୧% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୮,୦୨୭ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୧%।

Image Courtesy of Telengana Today

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୬,୭୦,୧୪,୧୨୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୯,୧୭,୫୩,୧୨୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧,୭୫,୯୩୫ଟି ନମୁନା।

ସମ୍ବନ୍ଧିତ ଖବର