୨୪ ଘଣ୍ଟା ମଧ୍ୟରେ ଦେଶରେ ୪୮,୬୯୮ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୧,୧୮୩

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୮ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୧ ହଜାରରୁ ସାମାନ୍ୟ ଅଧିକ ‌ଥିବା ରେକର୍ଡ କରାଯାଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୮,୬୯୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୧୮୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୧,୮୩,୧୪୩ ଓ ମୃତ୍ୟୁସଂଖ୍ୟା ୩,୯୪,୪୯୩ରେ ପହଞ୍ଚିଛି।

Image Courtesy of The Indian Express

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୬୪,୮୧୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୧,୯୩,୦୮୫ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୯୫,୫୬୫।

Image Courtesy of India Today

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୧,୫୦,୪୫,୯୨୬ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨୫ ତାରିଖ ସୁଦ୍ଧା ସମୁଦାୟ ୪୦,୧୮,୧୧,୮୯୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୪୫,୮୦୯ଟି ନମୁନା।

ସମ୍ବନ୍ଧିତ ଖବର