ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ପ୍ରାୟ ୫୦୦ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୦୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫୦୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୬,୬୭୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୩୫ରେ ପହଞ୍ଚିଛି।
Image Courtesy of NDTVଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୨୮,୫୮୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୫୬୧ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।
Image Courtesy of CNNସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୮୨,୩୮,୬୪୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୦,୫୦୩ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/Corona-in-India-on-16th-November_Thumbnail.jpg)