୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩,୨୫୬ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୧,୪୨୨

Advertisment
୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩,୨୫୬ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୧,୪୨୨

Image Courtesy of India Today

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୩ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୪ ହଜାରରୁ ସାମାନ୍ୟ ଅଧିକ ‌ଥିବା ରେକର୍ଡ କରାଯାଇଛି। ଦୀର୍ଘ ୮୮ ଦିନ ପରେ ଆଜି ସଂକ୍ରମଣ ସଂଖ୍ୟା ସର୍ବନିମ୍ନ ଥିବା ରେକର୍ଡ କରାଯାଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୩,୨୫୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୪୨୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୯୯,୩୫,୨୨୧ ଓ ମୃତ୍ୟୁସଂଖ୍ୟା ୩,୮୮,୧୩୫ରେ ପହଞ୍ଚିଛି।

publive-image Image Courtesy of The Hindu

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୭୮,୧୯୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୮,୪୪,୧୯୯ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭,୦୨,୮୮୭।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୮,୦୦,୩୬,୮୯୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨୦ ତାରିଖ ସୁଦ୍ଧା ସମୁଦାୟ ୩୯,୨୪,୦୭,୭୮୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୩,୮୮,୬୯୯ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe