ଗତକାଲି ଠାରୁ ୨୦% ଅଧିକ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫,୩୦୦ ଉପରେ

ଗତକାଲି ଠାରୁ ୨୦% ଅଧିକ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫,୩୦୦ ଉପରେ

Image Courtesy of ABP

ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୦% ବୃଦ୍ଧି ପାଇ ୫,୩୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୫୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୩୩୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୩୩୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୩୯,୦୫୪ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୩ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୯୨୯କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା‌ ମଧ୍ୟରେ କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ୨ଟି ଲେଖାଏଁ, କେରଳ ଓ ପଞ୍ଜାବରେ ଗୋଟିଏ‌ ଲେଖାଏଁ ମୃତ୍ୟୁ ରିପୋର୍ଟ କରାଯାଇଛି। ଏହାଛଡ଼ା, ପିଛିଲା ଭାବେ କେରଳ ମଧ୍ୟ ୭ଟି ମୃତ୍ୟୁ ସାମିଲ କରିଛି।

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୩.୩୨% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୨.୮୯% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୮୨,୫୩୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୫% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୫୮୭କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୧୮,୩୬୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୬୦,୭୪୨ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe