ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୬,୦୦୦ ତଳେ; ୩୨ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୬,୦୦୦ ତଳେ; ୩୨ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Image Courtesy of The Economic Times

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୬,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୫୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୩୫୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୩୫୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୫୬,୫୧୬ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୧ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୯୬୫କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା‌ ମଧ୍ୟରେ ଗୁଜରାଟରୁ ୩ଟି,  ବିହାର, ଛତିଶଗଡ଼, ମହାରାଷ୍ଟ୍ର, ଓଡ଼ିଶା ଓ ଉତ୍ତର ପ୍ରଦେଶରୁ ଗୋଟିଏ  ଲେଖାଏଁ ମୃତ୍ୟୁ ରେକର୍ଡ କରାଯାଇଥିବା ବେଳେ ପିଛିଲା ଭାବେକେରଳ ଗୋଟିଏ ମୃତ୍ୟୁ ସାମିଲ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୯୨,୮୩୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୪% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୮୧୪କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୭%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୨୩,୩୨୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୭,୮୯୪ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe