ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ଉଲ୍ଲେଖନୀୟ ସଂଖ୍ୟାରେ ହ୍ରାସ ପାଇ ୬ ହଜାର ତଳକୁ ଚାଲି ଆସିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ମଙ୍ଗଳବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୪୩୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୦ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୪୩୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୪,୨୧,୧୬୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୫୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୮୨୯ରେ ପହଞ୍ଚିଛ।
/sambad/media/post_attachments/wp-content/uploads/2022/08/cvii-20.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୮,୨୫,୦୨୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୬% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୫,୭୩୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୫%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୨,୧୭,୪୧,୯୬୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୫୫,୨୮,୯୭୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୨୦,୪୧୮ଟି ନମୁନା।