ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧି ପାଇ ୫ ହଜାର ଟପି ଯାଇଛି। କିନ୍ତୁ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୮ ହଜାର ୫୦୦ ଉପରେ ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୪୪୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୬ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୪୪୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୫୩,୦୪୨ରେ ପହଞ୍ଚିଛି।
Image Courtesy of News9liveଗତ ୨୪ ଘଣ୍ଟାରେ ହୋଇଥିବା ୨୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୪୨୯ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୧୨ ଜଣଙ୍କ ମୃତ୍ୟୁ ସାମିଲ କରିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫,୨୯୧ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୯,୭୮,୨୭୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୧% ରହିଛି।
Image Courtesy of Times of Indiaଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୬,୩୪୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୦%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୭,୧୧,୩୬,୯୩୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୯,୨୭,୨୮,୦୭୦ କୋଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୩୯,୦୬୨ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/09/Corona-in-India-on-22nd-September_Thumbnail.jpg)