ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ୬୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୪୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
Image Courtesy of Zee Businessଉଲ୍ଲେଖଯୋଗ୍ୟ, ୨୦୨୦ ଏପ୍ରିଲ୍ ୮ ତାରିଖରେ ମଧ୍ୟ ଦେଶରେ ସମୁଦାୟ ୫୪୦ କୋଭିଡ୍-୧୯ ମାମଲା ରେକର୍ଡ କରାଯାଇଥିଲା।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫୪୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୬,୯୨୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୩୨ରେ ପହଞ୍ଚିଛି।
Image Courtesy of Rediff.comଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୨୬,୯୨୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୪୬୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୮୦,୨୨,୧୫୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୬୮,୩୩୪ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/5d3c68a6-ced3-47b2-88c0-865ae61eab72.jpg)