୨୪ ଘଣ୍ଟାରେ ଦେଶରେ ୫,୪୭୬ କୋଭିଡ୍‌-୧୯ ଆକ୍ରାନ୍ତ; ୧୫୮ ଜଣ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ପ୍ରାୟ ୬ ହଜାର ତଳକୁ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୪୭୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୫୮ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୬୨,୯୫୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୫୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୫,୦୩୬ରେ ପହଞ୍ଚିଛି।

Image Courtesy of Deccan Herald

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯,୭୫୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୩,୮୮,୪୭୫।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫୯୪୪୨।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୮,୫୩,୭୯,୨୪୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୭,୨୮,୨୪,୨୪୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୯,୦୯,୯୮୫ଟି ନମୁନା।

ସମ୍ବନ୍ଧିତ ଖବର