୬ ହଜାର ତଳେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ, ୪୯ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

୬ ହଜାର ତଳେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ, ୪୯ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Image Courtesy of Rediffmail

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ପୁଣି ୬ ହଜାର ତଳକୁ ଚାଲି ଆସିଛି। କିନ୍ତୁ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୪୯ ହଜାର ତଳକୁ କମିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବ‌ାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୫୫୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୮ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୫୫୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୪,୯୦,୨୮୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୧୩୯ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୨ଜଣଙ୍କ ମୃତ୍ୟୁ ସାମିଲ କରିଛି।

publive-image Image Courtesy of News La Times News Feed

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୯,୧୩,୨୯୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୮,୮୫୦ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୧%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୪,୭୭,୫୫,୦୨୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୯୦,୮୭,୬୪୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୭୬,୮୫୫ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe