ଦେଶରେ ଆଜି ୫୫୬ ନୂଆ କୋଭିଡ୍‌-୧୯ ସଂକ୍ରମଣ; ୭,୦୦୦ ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Advertisment
ଦେଶରେ ଆଜି ୫୫୬ ନୂଆ କୋଭିଡ୍‌-୧୯ ସଂକ୍ରମଣ; ୭,୦୦୦ ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Image Courtesy of Business Standard

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସାମାନ୍ୟ ହ୍ରାସ ପାଇ ୬୦୦ ତଳକୁ ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ୭୦୦୦ ତଳକୁ ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୫୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୭ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ଏଥିରେ କେରଳ ପିଛିଲା ଭାବେ ୧୫ଜଣଙ୍କ ମୃତ୍ୟୁ ସାମିଲ କରିଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫୫୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୮,୫୨୩ରେ ପହଞ୍ଚିଛି।

publive-image Image Courtesy of Rediffmail

ଗତ ୨୪ ଘଣ୍ଟାରେ ହୋଇଥିବା ୧୭ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୭୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୧,୧୭୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬,୭୮୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୮୫,୫୦,୨୨୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୯,୪୫୧ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe