ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫,୮୦୦ ଉପରେ; ୩୫ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫,୮୦୦ ଉପରେ; ୩୫ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫,୮୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୫,୫୦୦ ଅତିକ୍ରମ କରିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ଉଲ୍ଲେଖଯୋଗ୍ୟ, ଦେଶରେ ବୃଦ୍ଧି ପାଉଥିବା କୋଭିଡ୍‌-୧୯ ସଂକ୍ରମଣର ମୁକାବିଲା ନିମନ୍ତେ ଡାକ୍ତରଖାନାଗୁଡ଼ିକର ପ୍ରସ୍ତୁତି  ସମୀକ୍ଷା ଲାଗି ଆଜି ଓ ଆସନ୍ତକାଲି ଦେଶବ୍ୟାପୀ ‘ମକ୍‌ ଡ୍ରିଲ୍‌’ କରାଯିବ। ଏଥିରେ ସରକାରୀ ଓ ବେସରକାରୀ ଡାକ୍ତରଖାନା ସବୁ ଭାଗ ନେବେ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୮୮୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୮୮୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୬୨,୪୯୬ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୪ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୯୭୯କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା‌ ମଧ୍ୟରେ ଦିଲ୍ଲୀ ଓ ହିମାଚଳ ପ୍ରଦେଶରୁ ୪ଟି ଲେଖାଏଁ,  ଗୁଜରାଟ, ଜମ୍ମୁ ଓ କଶ୍ମୀର, ମହାରାଷ୍ଟ୍ର ଓ ରାଜସ୍ଥାନରୁ ଗୋଟିଏ  ଲେଖାଏଁ ମୃତ୍ୟୁ ରେକର୍ଡ କରାଯାଇଥିବା ବେଳେ ପିଛିଲା ଭାବେ କେରଳ ୨ଟି ମୃତ୍ୟୁ ସାମିଲ କରିଛି।

publive-image Image Courtesy of India Today

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୬.୯୧% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୩.୬୭% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୯୨,୩୧୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୩% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୫,୧୯୯କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୮%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୨୩,୫୨୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୮୫,୦୭୬ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe