ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ୬ ହଜାର ତଳେ ଥିବାକଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବ‌ାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୯୧୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୬ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୯୧୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୪,୬୨,୪୪୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୦୦୭ରେ ପହଞ୍ଚିଛ। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୭ଜଣଙ୍କ ମୃତ୍ୟୁ ସାମିଲ କରିଛି।

publive-image Image Courtesy of India TV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୮,୮୦,୪୬୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୯% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୩,୯୭୪ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୨%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୩,୫୨,୭୪,୯୪୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୭୧୩,୭୯,୨୭୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୨୭,୩୧୩ଟି ନମୁନା।