୨୪ ଘଣ୍ଟାରେ ଦେଶରେ ୫,୯୨୧ କୋଭିଡ୍‌-୧୯ ଆକ୍ରାନ୍ତ; ୨୮୯ ଜଣ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ପ୍ରାୟ ୬ ହଜାର ତଳକୁ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୯୨୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୮୯ ମୃତ୍ୟୁ ରେକର୍ଡ କରାଯାଇଛି।

Image Courtesy of ABP News

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୫୭,୪୭୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୮୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୪,୮୭୮ରେ ପହଞ୍ଚିଛି।

Image Courtesy of Mint

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୬୫୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୩,୭୮,୭୨୧।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬୩୮୭୮।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୮,୫୫,୬୬,୯୪୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୭,୧୯,୧୪,୨୬୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୯,୪୦,୯୦୫ଟି ନମୁନା।

ସମ୍ବନ୍ଧିତ ଖବର