୨୪ ଘଣ୍ଟା ମଧ୍ୟରେ ଦେଶରେ ୬୦,୭୫୩ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୧,୬୪୭

୨୪ ଘଣ୍ଟା ମଧ୍ୟରେ ଦେଶରେ ୬୦,୭୫୩ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୧,୬୪୭

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୬୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୬ ହଜାରରୁ ସାମାନ୍ୟ ଅଧିକ ‌ଥିବା ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ନୂତନ ସଂକ୍ରମଣସଂଖ୍ୟା କମ୍‌ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୦,୭୫୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୬୪୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୯୮,୨୩,୫୪୬ ଓ ମୃତ୍ୟୁସଂଖ୍ୟା ୩,୮୫,୧୩୭ରେ ପହଞ୍ଚିଛି।

publive-image Image Courtesy of India Today

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୯୭,୭୪୩ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୬,୭୮,୩୯୦ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭,୬୦,୦୧୯।

publive-image Image Courtesy of New India Express

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୭,୨୩,୮୮,୭୮୩ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୧୮ ତାରିଖ ସୁଦ୍ଧା ସମୁଦାୟ ୩୮,୯୨,୦୭,୬୩୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୦୨,୦୦୯ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe