ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ୬ ହଜାରରୁ ସାମାନ୍ୟ ଅଧିକ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବ‌ାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୧୬୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୧ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୬,୧୬୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୪,୪୨,୫୦୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୯୩୨ରେ ପହଞ୍ଚିଛ। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୨ଜଣଙ୍କ ମୃତ୍ୟୁ ସାମିଲ କରିଛି।

publive-image Image Courtesy of India TV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୮,୫୫,୩୬୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୮% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୯,୨୧୦ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୩%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୨,୭୫,୨୩,୪୨୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୬୪,୬୬,୨୫୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୧୮,୬୪୨ଟି ନମୁନା।