ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୬୨ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୫ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ନୂତନ ସଂକ୍ରମଣସଂଖ୍ୟା କମ୍ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୨,୪୮୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧,୫୮୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୯୭,୬୨,୭୯୩ ଓ ମୃତ୍ୟୁସଂଖ୍ୟା ୩,୮୩,୪୯୦ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୮୮,୯୭୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୫,୮୦,୬୪୭ରେ ପହଞ୍ଚିଛି।
Image Courtesy of Business Standardଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭,୯୮,୬୫୬। ୭୩ ଦିନ ପରେ ଆଜି ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୮ ଲକ୍ଷ ତଳକୁ ଥିବା ରେକର୍ଡ କରାଯାଇଛି।
Image Courtesy of The Times of Indiaକେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୬,୮୯,୬୦,୩୯୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୧୭ ତାରିଖ ସୁଦ୍ଧା ସମୁଦାୟ ୩୮,୭୧,୬୭,୬୯୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୨୯,୪୭୬ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/06/Corona-in-India-on-18th-June_Thumbnail.jpg)