ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇ ୬ ହଜାରରୁ ଉପରେ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ପୂର୍ବପରି ୪୬ ହଜାର ଉପରେ ଥିବାକଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୨୯୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୩ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୬,୨୯୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୨୨,୭୭୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୨୭୩ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୪ଜଣଙ୍କ ମୃତ୍ୟୁ ସାମିଲ କରିଛି।
/sambad/media/post_attachments/wp-content/uploads/2022/09/cvi-13.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୯,୪୭,୭୫୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୧% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୬,୭୪୮ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୨.୦୪%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୬,୧୭,୭୮,୦୨୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୯,୦୯,୪୭,୭୪୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୩୩,୯୬୪ଟି ନମୁନା।