ଦେଶରେ ଆଜି ୬୩୫ ନୂଆ କୋଭିଡ୍‌-୧୯ ସଂକ୍ରମଣ; ୮,୦୦୦ ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଦେଶରେ ଆଜି ୬୩୫ ନୂଆ କୋଭିଡ୍‌-୧୯ ସଂକ୍ରମଣ; ୮,୦୦୦ ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇ ୬୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିଲେ ବି ୮୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୩୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୧ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ଏଥିରେ କେରଳ ପିଛିଲା ଭାବେ ୯ଜଣଙ୍କ ମୃତ୍ୟୁ ସାମିଲ କରିଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୬୩୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୭,୩୧୧ରେ ପହଞ୍ଚିଛି।

publive-image Image Courtesy of The Economic Times

ଗତ ୨୪ ଘଣ୍ଟାରେ ହୋଇଥିବା ୧୧ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୪୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୨୯,୫୯୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୧୭୫ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।

publive-image Image Courtesy of India Today

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୮୩,୫୮,୫୦୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୪୭,୩୪୪ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe