ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ପୁନର୍ବାର ୬ ହଜାର ଟପିଯାଇଥିବା ବେଳେ ଗତକାଲିଠାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୨ କମିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୩୯୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୩ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୬,୩୯୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୪,୭୮,୬୩୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୦୯୦ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୧୪ଜଣଙ୍କ ମୃତ୍ୟୁ ସାମିଲ କରିଛି।
Image Courtesy of Tribune Indiaଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୯,୦୦,୨୦୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୦,୩୪୨ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୧%।
Image Courtesy of Mintସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୪,୨୭,୮୧,୯୧୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୮୩,୯୪,୨୮୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୨୫,୬୦୨ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/09/Corona-in-India-on-8th-September_Thumbnail.jpg)