ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇ ସାଢ଼େ ୬୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିଲେ ବି ୮୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୫୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୭ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ଏଥିରେ କେରଳ ପିଛିଲା ଭାବେ ୨ଜଣଙ୍କ ମୃତ୍ୟୁ ସାମିଲ କରିଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୬୫୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୭,୯୬୭ରେ ପହଞ୍ଚିଛି।
Image Courtesy of Mintଗତ ୨୪ ଘଣ୍ଟାରେ ହୋଇଥିବା ୭ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୫୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୦,୩୮୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୦୩୫ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।
Image Courtesy of NDTVସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୮୪,୬୧,୮୨୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୯୪,୨୪୦ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/Corona-in-India-on-18th-November_Thumbnail.jpg)