ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପ୍ରାୟ ସାଢ଼େ ୬ ହଜାର ଥିବା ବେଳେ ମୃତ୍ୟୁସଂଖ୍ୟା ୧ ଶହରୁ କିଛି ଅଧିକ ରହିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୫୬୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୩୨ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୭,୪୬,୮୩୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୩୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୭,୫୫୪ରେ ପହଞ୍ଚିଛି।

publive-image Image Courtesy of Mint

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮,୦୭୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୧,୮୭୦,୦୧୭।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮୨,୨୬୭।

publive-image Image Courtesy of India Today

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୩୭,୪୬,୨୦,୩୫୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୬,୫୧,୧୨,୫୮୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୮,୭୭,୦୫୫ଟି ନମୁନା।