ଆଜି ୬ ହଜାର ତଳେ ଦେଶର କୋଭିଡ୍‌-୧୯ ଦୈନିକ ସଂକ୍ରମଣ; ଆହୁରି ହ୍ରାସ ପାଉଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ୬ ହଜାର ତଳକୁ ଖସି ଆସିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବ‌ାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୮୦୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୬ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୬,୮୦୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୪,୫୬,୫୩୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୯୯୧ରେ ପହଞ୍ଚିଛ। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୫ଜଣଙ୍କ ମୃତ୍ୟୁ ସାମିଲ କରିଛି।

Image Courtesy of Tribune India

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୮,୭୩,୪୩୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୯% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୫,୧୧୪ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୨%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୩,୨୦,୪୩,୦୫୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୭୧,୫୧,୯୬୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୨୦,୮୨୦ଟି ନମୁନା।

ସମ୍ବନ୍ଧିତ ଖବର