୨୪ ଘଣ୍ଟାରେ ଦେଶରେ ୭୧,୩୬୫ କୋଭିଡ୍‌-୧୯ ଆକ୍ରାନ୍ତ; ୧,୨୧୭ ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୭୧,୩୬୫ କୋଭିଡ୍‌-୧୯ ଆକ୍ରାନ୍ତ; ୧,୨୧୭ ଜଣ ମୃତ

Image Courtesy of Free Press Journal

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୧ ଲକ୍ଷ ତଳକୁ ରହୁଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୧,୩୬୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୨୧୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୪,୧୦,୯୭୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧,୨୧୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୦୫,୨୭୯ରେ ପହଞ୍ଚିଛି।

publive-image Image Courtesy of India TV News

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୭୨,୨୧୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୧୦,୧୨,୮୬୯।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮,୯୨,୮୨୮।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୦,୮୭,୦୬,୭୦୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୪,୪୬,୮୪,୭୫୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୫,୭୧,୭୨୬ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୪.୫୪%।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe