ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପ୍ରାୟ ସାଢ଼େ ୭ ହଜାରରୁ ଅଧିକ ଥିବାବେଳେ ମୃତ୍ୟୁସଂଖ୍ୟା ୪ ଶହରୁ କମ୍ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୧୮୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୮୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୭,୭୯,୮୧୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୮୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୯,୫୨୦ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/12/cvii-19.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭,୨୮୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୨,୨୩,୨୬୩।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭୭,୦୩୨।
ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍’ ସଂକ୍ରମଣ ସଂଖ୍ୟା ମଧ୍ୟ ୪୧୫ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/12/cvi-19.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୧,୦୧,୨୬,୪୦୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୭,୧୦,୫୧,୬୨୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧,୧୨,୧୯୫ଟି ନମୁନା।