ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ୭ ହଜାର ଟପିଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୨୧୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୫ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭,୨୧୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୪,୪୯,୭୨୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୯୬୫ରେ ପହଞ୍ଚିଛ। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୮ଜଣଙ୍କ ମୃତ୍ୟୁ ସାମିଲ କରିଛି।
/sambad/media/post_attachments/wp-content/uploads/2022/09/CVII-2.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୮,୬୫,୦୧୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୮% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୬,୭୪୫ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୩%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୩,୦୧,୦୭,୨୩୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୬୮,୩୧,୧୪୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୬୪,୮୮୬ଟି ନମୁନା।