ବଢୁଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୭,୨୪୦ ଜଣ ଆକ୍ରାନ୍ତ; ୮ଜଣ ମୃତ

ବଢୁଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୭,୨୪୦ ଜଣ ଆକ୍ରାନ୍ତ; ୮ଜଣ ମୃତ

ନୂଆଦିଲ୍ଲୀ: ଦୈନକ ସଂକ୍ରମଣ ସଂଖ୍ୟା ୪୦% ବୃଦ୍ଧି ପାଇ ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୭,୦୦୦ ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୨୪୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭,୨୪୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୯୭,୫୨୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୮ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୭୨୩ରେ ପହଞ୍ଚିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୫୯୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୪୦,୩୦୧।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୨୪୯୮।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୪,୫୯,୮୧,୬୯୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୩୮,୬୩,୨୩୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୪୦,୬୧୫ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe