ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ୮୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା କିଛି ବୃଦ୍ଧି ପାଇ ଥିଲେ ବି ୧୩୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୩୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭୩୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୬,୩୭୭ରେ ପହଞ୍ଚିଛି।
Image Courtesy of Times of Indiaଗତ ୨୪ ଘଣ୍ଟାରେ ହୋଇଥିବା ୩ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୩୧ରେ ପହଞ୍ଚିଛି। ଏଥିରେ କେରଳ ପିଛିଲା ଭାବେ ୩ଜଣଙ୍କ ମୃତ୍ୟୁ ସାମିଲ କରିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୨୩,୫୩୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୦୭ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୩%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୮୦,୦୧,୬୯୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୭,୬୬୦ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/cvi-9.jpg)