ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ସାଢ଼େ ୭ ହଜାରରୁ କମ୍‌ ଥିବା ବେଳେ ମୃତ୍ୟୁସଂଖ୍ୟା ୨ ଶହରୁ ସାମାନ୍ୟ ଅଧିକ ରହିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୩୫୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୦୨ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୬,୯୭,୮୬୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୦୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୫,୬୩୬ରେ ପହଞ୍ଚିଛି।

publive-image Image Courtesy of Free Press Journal

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭,୯୭୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୧,୩୦,୭୬୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୧,୪୫୬।

publive-image Image Courtesy of The Financial Express

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୩୩,୧୭,୮୪,୪୬୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୫,୬୬,୭୨,୪୫୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୮,୫୫,୬୯୨ଟି ନମୁନା।