ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ୮ ହଜାର ତଳେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୫୯୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୫ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭,୫୯୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୪,୧୫,୭୨୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୭୭୯ରେ ପହଞ୍ଚିଛ। ଏହଛଡ଼ା, ମୃତ୍ୟୁସଂଖ୍ୟା ସଂଶୋଧନ କରି କେରଳ ୨୭ ଏବଂ ଗୋଆ ୧୦୦ଜଣଙ୍କ ମୃତ୍ୟୁ ସଂଯୋଗ କରିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୮,୦୨,୯୯୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୨% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮୪,୯୩୧ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୯%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୧,୯୧,୦୫,୭୩୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୫୨,୦୮,୫୫୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧,୬୫,୭୫୧ଟି ନମୁନା।