Image Courtesy of Mint
ନୂଆଦିଲ୍ଲୀ: ଦୀର୍ଘ ୭ ମାସ ପରେ ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୭,୮୦୦ ଅତିକ୍ରମ କରିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୦୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୮୩୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୮୩୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୭୬,୦୦୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୧୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୦୧୬କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀ, ପଞ୍ଜାବ ଓ ହିମାଚଳ ପ୍ରଦେଶରୁ ୨ଟି ଲେଖାଏଁ, ଗୁଜରାଟ, ହରିୟାଣା, ମହାରାଷ୍ଟ୍ର, ତାମିଲନାଡୁ ଓ ଉତ୍ତର ପ୍ରଦେଶରୁ ଗୋଟିଏ ଲେଖାଏଁ ମୃତ୍ୟୁ ରେକର୍ଡ କରାଯାଇଥିବା ବେଳେ ପିଛିଲା ଭାବେ କେରଳ ୫ଟି ମୃତ୍ୟୁ ସାମିଲ କରିଛି।
Image Courtesy of Business Todayଦେଶରେ ଦୈନିକ କୋଭିଡ୍-୧୯ ‘ପଜିଟିଭିଟି’ ହାର ୬.୯୧% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୩.୬୭% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୦୪,୭୭୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୨% ରହିଛି।
ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁସାରେ, ଦେଶରେ ଦୈନିକ ପଜିଟିଭିଟି ହାର ୩.୬୫% ଥିବାବେଳେ ସାପ୍ତାହିକ ପଜିଟିଭିଟି ହାର ୩.୮୩% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୨୧୫କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୯%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୨୪,୩୨୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୨,୧୪,୨୪୨ଟି ନମୁନା।
Follow Us