ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୭୯୬; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫,୦୨୬

ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୭୯୬; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫,୦୨୬

Image Courtesy of Deccan Herald

ନୂଆଦିଲ୍ଲୀ: ଦୀର୍ଘ ୧୦୯ ଦିନ ପରେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫୦୦୦ ଟପିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୫୦୦୦ ଟପିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୯୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭୯୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୯୩,୫୦୬ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ କର୍ଣ୍ଣାଟକ, ହିମାଚଳ ପ୍ରଦେଶ, ପୁଡ୍ଡୁଚେରୀ ଏବଂ ଉତ୍ତର ପ୍ରଦେଶରେ ଗୋଟିଏ ଲେଖାଏଁ ମୃତ୍ୟୁ ରେକର୍ଡ କରାଯାଇଥିବା ବେଳେ କେରଳ ମଧ୍ୟ ପିଛିଲା ଭାବେ ୧ଟି ମୃତ୍ୟୁ ଯୋଗ କରିଛି। ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୯୫କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୭,୬୮୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫,୦୨୬କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୪,୫୫,୫୪୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୯୮,୭୨୭ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe