ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୮ ହଜାର ପାଖାପାଖି ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪ ପାଖାପାଖି ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୯୯୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୯୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୬,୮୨,୭୩୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୯୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୫,୧୨୮ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/12/cvii-8-scaled.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯,୨୬୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୧,୧୪,୩୩୧।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୩,୨୭୭।
/sambad/media/post_attachments/wp-content/uploads/2021/12/cvi-8.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୩୧,୯୯,୯୨,୪୮୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୫,୪୬,୨୭,୩୦୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୫୦,୬୭୨ଟି ନମୁନା।